ରାଜ୍ୟରେ ୧୧ରୁ ୧୪ ଯାଏଁ ବର୍ଷା : ବଢ଼ିବ ତାପମାତ୍ରା, କମିବ ଶୀତ
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ରହିଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ । ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆନୁମାନିକ ପଶ୍ଚିମା ଝଡ଼ର ଆଗମନ ପ୍ରଭାବରେ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ତାରିଖରୁ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ଅନୁମାନ କରାଯାଉଥିବା ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଯଥା- ୬ରୁ ୧୧ ସେମି ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
#Warning for Day-3 to Day-5
— Meteorological Centre, Bhubaneswar (@mcbbsr) January 9, 2022
Day-1 & Day-2: No Warning pic.twitter.com/IeE1WBnVx6
ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ ଅନୁସାରେ ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଷୋମବାର ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସମ୍ୱଲପୁର, ସୋନପୁର, ଦେବଗଡ଼ ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅବଶିଷ୍ଟ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା କରାଯାଉଛି। ତେବେ ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର-ଆଭ୍ୟନ୍ତରୀଣ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା କରାଯାଇଛି। କୁଆପଥର ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ ଓ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। କୁଆପଥର ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ। ୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୁଆପଥର ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
