କରୋନା ମାମଲାରେ ୧୨% ବୃଦ୍ଧି, ଦେଶରେ ଆଉ ୨,୮୭୬ ସଂକ୍ରମିତ ଓ ୯୮ ମୃତ
ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁର ତୃତୀୟ ଲହରର ଶେଷ ହୋଇସାରିଛି । କରୋନା ମାମଲାରେ ଲଗାତର ହ୍ରାସ ଘଟିବା ସହ ମୃତ୍ୟୁ ମାମଲାରେ ମଧ୍ୟ କମି ରେକର୍ଡ କରାଯାଉଛି । କିନ୍ତୁ ଆଜି କରୋନା ମାମଲାରେ ୧୨% ବୃଦ୍ଧି ଘଟିଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ହଜାର ୮୭୬ ନୂତନ କରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୮ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୮୮୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୧୦୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୨୯ ଲକ୍ଷ ୯୮ ହଜାର ୯୩୮ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୫୦ ହଜାର ୫୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩୨ ହଜାର ୮୧୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୧୬ ହଜାର ୦୭୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ମାର୍ଚ୍ଚ ୧୫୫ ପର୍ଯ୍ୟନ୍ତ ସାରା ଦେଶରେ ୧୮୦ କୋଟି ୬୦ ଲକ୍ଷ ୯୩ ହଜାର ୧୦୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ଲକ୍ଷ ୯୨ ହଜାର ୧୪୩ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୮ କୋଟି ୫ ଲକ୍ଷ ୬ ହଜାର ୯୭୪ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭ ଲକ୍ଷ ୫୨ ହଜାର ୮୧୮ କୋରୋନା ନମୁନା ପରୀକ୍ଷା କରାଯାଇଛି ।
