ଦେଶରେ ଗୁରବାର ସୁଦ୍ଧା ଦିଆଗଲାଣି ୨୨୦. ୭୯ କୋଟିରୁ ଅଧିକ କରୋନା ଟୀକା
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ଗୁରବାର ସକାଳ ୮ ଟା ସୁଦ୍ଧା ୨୨୦.୭୯ କୋଟି ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୨୪ ହଜାର ୫୬୮ ରୁ ଅଧିକ ଟିକା ଦିଆଯାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୨୦.୭୪ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଂଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୧୬୮୭ ଅଛି । ଗତ ୨୪ ଘଂଟାରେ ଆକ୍ଟିଭ କେସ ୦.୦୧ ପ୍ରତିଶତ ଅଛି ।
