ଆଜି ବାତିଲ ହେଲା ୨୫୪ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ପୂରା ଲିଷ୍ଟ୍
ନୂଆଦିଲ୍ଲୀ : ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏହା ଲୋକଙ୍କ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇଛି । ଏହି କାରଣରୁ ପରିବହନ ସୁବିଧା ମଧ୍ୟ ପ୍ରଭାବିତ ହୋଇଛି । ଏହାସହ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଳବାଇକୁ ଆଜି ଅର୍ଥାତ ସେପ୍ଟେମ୍ୱର ୧୬ରେ ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରାକୁ କରିବା ପୂର୍ବରୁ ଏହା ଜାଣିବା ଜରୁରୀ ଯେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି ।
ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ୍ ସେପ୍ଟେମ୍ୱର ୧୬ରେ ରେଲୱେ ମୋଟ ୨୫୪ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୮ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୩୦ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି ।
ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।
ଓଡ଼ିଶାର ଏହି ଟ୍ରେନଗୁଡ଼ିକ ବାତିଲ ହୋଇଛି :
08263 TIG-BSP PAS SPL
TITLAGARH (TIG) – BILASPUR JN. (BSP)
08264 BSP-TIG SPL
BILASPUR JN. (BSP) – TITLAGARH (TIG)
08275 R-JNRD PASSENGER SPL
RAIPUR JN (R) – JUNAGARH ROAD (JNRD)
08276 JNRD-R PASSENGER SPL
JUNAGARH ROAD (JNRD) – RAIPUR JN (R)
08277 TIG-R PASS SPL
TITLAGARH (TIG) – RAIPUR JN (R)
08278 R-TIG PASS SPL
RAIPUR JN (R) – TITLAGARH (TIG)
08317 SBP-JNRD PASS SPECIAL
SAMBALPUR (SBP) – JUNAGARH ROAD (JNRD)
08318 JNRD-SBP PASSENGER SPL
JUNAGARH ROAD (JNRD) – SAMBALPUR (SBP)
08429 BBS-NXNR PASS SPECIAL
BHUBANESWAR (BBS) – NUAGAON ROAD (NXNR)
08430 NXNR-BBS PASS SPECIAL
NUAGAON ROAD (NXNR) – BHUBANESWAR (BBS)
ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ-
ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି :
ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।
