+୩ ନାମଲେଖା ପାଇଁ ବିଜ୍ଞପ୍ତି : ଅଗଷ୍ଟ ୨୦ରୁ ସେପ୍ଟେମ୍ବର ୪ ଯାଏଁ ଆବେଦନ
ଭୁବନେଶ୍ୱର : ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଅଗଷ୍ଟ ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଛାତ୍ରଛାତ୍ରୀମାନେ ଅନଲାଇନ୍ ଆବେଦନ କରିପାରିବେ। www.dhe.odisha.gov.in ଏବଂ www.samsodisha.gov.inରେ ଅନ୍ଲାଇନ୍ କମନ୍ ଆପ୍ଲିକେସନ୍ ଫର୍ମ ଉପଲବ୍ଧ ହେବ।
ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେପ୍ଟେମ୍ବର ୯ରୁ ଦିନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ସାମ୍ସ ପୋର୍ଟାଲରେ ଅନଲାଇନ୍ ଫି ଦାଖଲ କରିପାରିବେ ଛାତ୍ରଛାତ୍ରୀ। ଏହାପରେ ପ୍ରଥମ ପର୍ଯ୍ୟାୟର ଆଡମିସନ୍ ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।
