ରେକର୍ଡ ଦରରୁ ୩,୨୦୦ ତାଙ୍କ ଶସ୍ତାରେ ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍
ମୁମ୍ବାଇ : ଦେଶରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଦେଶରେ ଗତ ଶୁକ୍ରବାର ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୪୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଶନିବାର ୨୪ କ୍ୟାରେଟ ୧୦ ସୁନା ଦରରେ ୮୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୦୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୭୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୪୦୦ ଟଙ୍କା ଥିଲା ।
ଆଜି ଦେଶରେ ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ଘଟିଛି । ଗତ ଶୁକ୍ରବାର ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଶନିବାର ରୁପା ମୂଲ୍ୟରେ ୪୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୫୨୫୦ ଟଙ୍କା ଥିଲା ।
ଅଗଷ୍ଟ ୨୦୨୦ ମାସରେ ସୁନା ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା । ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩,୨୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୪,୨୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି ।
ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।
