୪୮ଟି ଖଣି ଲିଜ୍ ଟେଣ୍ଡର ବାତିଲ୍
ମାଲକାନଗିରି : ମାଲକାନଗିରି ଜିଲାରେ ୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲ୍ । ଦକ୍ଷିଣାଞ୍ଚଳ ଆରଡ଼ିସିଙ୍କ ସୁପାରିସ୍ କ୍ରମେ ଏହି ଖଣି ଲିଜ୍ ଟେଣ୍ଡରକୁ ବାତିଲ୍ କରାଯାଇଥିବା ନେଇ ଜିଲାପାଳ ବିଶାଲ ସିଂ ସୂଚନା ଦେଇଛନ୍ତି ।
ସୂଚନା ଯେ, ମାଲକାନଗିରିର ତତ୍କାଳୀନ ଜିଲାପାଳ ଯଦୁଲା ବିଜୟ ଏହି ଟେଣ୍ଡର ପ୍ରକ୍ରିୟାକୁ ଫିକ୍ସିଂ କରିଥିବା ନେଇ ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ମାଝି ଅଭିଯୋଗ କରିଥିଲେ। ଭିଜି ଗ୍ରାନାଇଟର ମାଲିକ ବେନୁଗୋପାଲ ଲଘୁ ଖଣିଜ ଟେଣ୍ଡର ପ୍ରକ୍ରିୟାରେ ଏଥିମଧ୍ୟରୁ ୭ଟି ଖଣି ପାଇଥିଲେ। ତତ୍କାଳୀନ ଜିଲ୍ଲାପାଳ ନିଜ ଘରେ ସମସ୍ତ ଟେଣ୍ଡର ବକ୍ସ ନେଇ ହେରଫେର କରିଥିବା ନେଇ ସେତେବେଳେ ଅଭିଯୋଗ ହୋଇଥିଲା। ଏହାପରେ ତଦନ୍ତ କରାଯାଇ ବେନୁଗୋପଲ ଦାଖଲ କରିଥିବା ସଲଭେନ୍ସି ସାର୍ଟିଫିକେଟକୁ ମଧ୍ୟ ବାତିଲ କରାଯାଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ରଦ୍ଦ କରିବାପାଇଁ ବାରମ୍ବାର ଦାବି ହୋଇ ଆସୁଥିଲା। ମାଲକାନଗିରିରେ ନୂତନ ଭାବେ ଦାୟିତ୍ୱ ନେଇଥିବା ଜିଲ୍ଲାପାଳ ବିଶାଳ ସିଂ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରିବା ପରେ ଏଥିରେ ହେରଫେର ହୋଇଥିବା ନେଇ ଜଣାପଡ଼ିଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ବାତିଲ କରାଯାଇଛି।
