ରାଜ୍ୟରେ ଆଉ ୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଶେଷ ପର୍ଯ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୮,୦୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୭୮,୭୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୩୮୩୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
