ତିହିଡ଼ି ଜନଶୁଣାଣି ଶିବିରରେ ୭୧ଟି ଅଭିଯୋଗ ଆଗତ
ଭଦ୍ରକ : ଜିଲ୍ଲାପାଳ ଓ ଏସ୍.ପି.ଙ୍କ ମିଳିତ ଜନାଭିଯୋଗ ଶୁଣାଣି ଶିବିର ଆଜି ତିହିଡ଼ି ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଏସ୍.ପି. ବରୁଣ ଗୁଣ୍ଟୁପାଲି ଏହି ଶିବିରରେ ଯୋଗ ଦେଇ ସମୁଦାୟ ୭୧ଟି ଅଭିଯୋଗର ଶୁଣାଣି କରିଛନ୍ତି । ସେଥି ମଧ୍ୟରେ ୬୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଅଭିଯୋଗ ଥିଲା ବେଳେ ୪ଟି ଗ୍ରାମ ସମ୍ବନ୍ଧୀୟ ସାମୂହିକ ସମସ୍ୟା ନେଇ ଅଭିଯୋଗ ଥିଲା । ୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତୀମୟ, ଉପଜିଲ୍ଲାପାଳ ମନୋଜ ପାତ୍ର, ତିହିଡ଼ି ବ୍ଲକ୍ ଅଧ୍ୟକ୍ଷା ଅବନ୍ତୀ ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ସନ୍ତୋଷ କୁମାର ପାତ୍ର, ସହାୟକ ଜିଲ୍ଲାପାଳ ବସନ୍ତ କୁମାର ଲେଙ୍କା, ତିହିଡ଼ି ବି.ଡ଼ି.ଓ. ଜ୍ୟୋତିପ୍ରକାଶ କର ଏବଂ ତହସିଲଦାର ପ୍ରତୀକ ସାହୁ ପ୍ରମୁଖ ଏହି ଶିବିରରେ ଯୋଗ ଦେଇଥିଲେ । ଜିଲ୍ଲାସ୍ତରୀୟ ଓ ଉକ୍ତ ବ୍ଲକ୍ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ମଧ୍ୟ ଏହି ଶିବିରରେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।
