ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୭ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୪ହଜାର ୮୫୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୪୭,୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୮୧,୪୮୮ ଜଣ ସୁସ୍ଥ ହୋଇଥିବା ବେଳେ ୬୨,୫୧୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩୨୫୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
