୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଲେ ଆରଆଇ
ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରଦାନ ପାଇଁ ଅନୁସନ୍ଧାନ ରିପୋର୍ଟ ପ୍ରଦାନ କରିବାକୁ ନେଉଥିଲେ ଲାଞ୍ଚ
ଭୁବନେଶ୍ୱର : ନବରଙ୍ଗପୁର ଜିଲ୍ଲା ସାନମସିଆଗାଁ ଭାରପ୍ରାପ୍ତ ଆରଆଇ ଜଗଦୀଶ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭିଜିଲାନ୍ସ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ ଅଭିଯୋଗକାରୀଙ୍କଠାରୁ ତହସିଲଦାରଙ୍କୁ ଆଇନଗତ ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରଦାନ ପାଇଁ ଅନୁସନ୍ଧାନ ରିପୋର୍ଟ ଦେବାକୁ ଅଭିଯୁକ୍ତ ଶ୍ରୀ ବେହେରା ୫ ହଜାର ଟଙ୍କା ନେଉଥିଲେ । ସେହି ସମୟରେ କୋରାପୁଟ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । କ୍ଷତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହାପରେ ଶ୍ରୀ ବେହେରାଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଚାଲିଛି । ଏନେଇ କୋରାପୁଟ ଭିଜିଲାନ୍ସରେ ଏକ ମାମଲା ରୁଜୁ ହୋଇଥିବା ସୂଚନା ଦିଆଯାଇଛି ।
