ଯାତ୍ରୀବାହି ଅଟୋ – ପିକଅପ୍ ଭ୍ୟାନ୍ ଧକ୍କା : ୩ ମୃତ, ୪ ଆହତ
ବାରିପଦା : ଯାତ୍ରୀବାହି ଅଟୋ ଓ ପିକଅପ୍ ଭ୍ୟାନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ବାରିପଦା-ଦେଉଳି ରାସ୍ତାର ଛେନାଧୁଆ ଛକରେ ଆଜି ଅପରାହ୍ନ ପ୍ରାୟ ୧ଟା ୩୦ ମିନିଟ୍ ସମୟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତି କରାଯାଇଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।
