ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ରାଇରଙ୍ଗପୁର : ଆଜି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବାମନଘାଟି ଉପଜିଲ୍ଲାପାଳ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱକ୍ଷବଧାନରେ ଆୟୋଜିତ ତଥା ମୟୁରଭଂଜ ଜିଲ୍ଲପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମହାରଣା, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ତଥା ରାଇରଙ୍ଗପୁର ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ହେମନ୍ତ କୁମାର ସିଂ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ଶିବିରରେ ମୋଟ ୫୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୪୭ ଟି ବ୍ୟକ୍ତିଗତ ଏବଂ ୧୧ଟି ସାମୁହିକ ସମସ୍ୟା ଭିତିକ ଅଭିଯୋଗ ଥିଲା । ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ଗୋଟିଏ ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଆବେଦନକାରିଙ୍କୁ ୧୦ ହଜାର ଟଙ୍କା ସହାୟତା ରାଶି ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ମଂଜୁର କରାଯାଇଛି । ଅନ୍ୟାନ୍ୟ ଅଭିଯୋଗ ଗୁଡିକର ତଦନ୍ତ ପୂର୍ବକ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦିଆଯାଇଛି । ଶିବୀରରେ ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।
