ବୁଧବାର ବନକଲାଗି ୪ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆସନ୍ତା କାଲି ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତ ନୀତି ହୋଇଥିବାରୁ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ଗୁପ୍ତ ସେବା ସମ୍ପାଦନ କରିବେ । ଏଥିପାଇଁ ଆପତତଃ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବୁଧବାର ମାଘ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ଏହି ନୀତି ସମାପନ ହେବ ।
