୩ ଦିନ ଯାଏଁ ଘନ କୁହୁଡି
ଭୁବନେଶ୍ୱର : ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ୧୯ ତାରିଖ ରାତିରୁ ୨୦ ତାରିଖ ସକାଳ ମଧ୍ୟରେ ରାଜ୍ୟର ୯ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡି ଦେଖାଦେଇପାରେ । ଏହି ଜିଲ୍ଲାଗୁଡିକ ହେଲା ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଓ କଟକ । ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୨୦ରୁ ୨୧ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା,କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ,କନ୍ଧମାଳ , ରାୟଗଡା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ରୁ ୨୨ ତାରିଖ ମଧ୍ୟରେ ଗଜପତି, ଗଂଜାମ, ରାୟଗଡା ,କୋରାପୁଟ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ଶୀତର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
