ବିଏମସିର ବିଭିନ୍ନ ସ୍ଥାନ ପରିଦର୍ଶନ କଲେ ତାମିଲନାଡୁ କ୍ରୀଡ଼ା ମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ବିଶ୍ୱକପ ହକି ଦେଖିବାକୁ ଓଡିଶା ଗସ୍ତରେ ଆସିଥବା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ପ୍ରତିନିଧି ଭାବେ ପୁଅ ତଥା ତାମିଲନାଡୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଥିରୁ ଉଦୟନିଧି ଷ୍ଟାଲିନ ଗତ ଗୁରୁବାର ଭାରତ ବନାମ ୱେଲସ ମଧ୍ୟରେ ମ୍ୟାଚ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଦେଖିଥିଲେ।
ଶୁକ୍ରବାର ଥିରୁ ଉଦୟନିଧି ଷ୍ଟାଲିନ ନିଜ ଟିମ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ନିଳାଦ୍ରୀବିହାର ସ୍ଥିତ ଇଶାଣେଶ୍ୱରବିଜୁ ଆଦର୍ଶ କଲୋନୀ ଗସ୍ତ କରିଥିଲେ। ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ ଜରିଆରେ ପାଣି ପିଇଥିଲେ। ପରେ ବିଏମସିର ବର୍ଜ୍ୟ ପରିଚାଳନା ଓ କମ୍ୟୁନିଟି ପାର୍ଟିସିପେସନ ଆଦି ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ ଓ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।
