ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଦିନିକିଆ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
New Delhi, Sep 03 (ANI): Union Minister for Education, Skill Development and Entrepreneurship Dharmendra Pradhan addresses the virtual meeting with the Vice-Chancellors of 45 Central Universities under the Ministry of Education, in New Delhi on Friday. (ANI Photo)
ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ସମ୍ବଲପୁର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତି, ଅମୃତ ମହୋତ୍ସବ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟ ଜୟନ୍ତୀରେ ତାଙ୍କ ଜନ୍ମ ମାଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଖିଣ୍ଡା ଠାରେ ଅନୁଷ୍ଠିତ ପଦଯାତ୍ରାରେ ସାମିଲ ହେବା ସହ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳି ଦେବେ । ପଦଯାତ୍ରାରେ ଯୋଗଦେବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଓ ପରାକ୍ରମ ଦିବସ ଉପଲକ୍ଷେ ସମ୍ବଲପୁରରେ ଆଇଆଇଏମ ଓ ଆଇସିଏଚଆରର ମିଳିତ ଉଦ୍ୟମ ଉଦ୍ୟମରେ ଆୟୋଜିତ ସେମିନାର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିବେ । ମାଣେଶ୍ୱର ବ୍ଲକ ସାସନ ପରମାଣପୁର ଠାରେ ଆଂଚଳିକ ଧନୁଯାତ୍ରା ମହୋତ୍ସବ କମିଟି ପକ୍ଷରୁ ଅନୁଷ୍ଠିତ ଧନୁଯାତ୍ରା ସମାରୋହରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।
