ଦେଶରେ ଆଉ ୬୨,୨୨୪ କରୋନା ସଂକ୍ରମିତ ଚିହ୍ନଟ ଓ ୨,୫୪୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ପ୍ରାୟ ୬୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି।
ବୁଧବାର ଗତ ୨୪ଘଣ୍ଟାରେ ୬୨ହଜାର ୨୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୫୪୨ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧ଲକ୍ଷ ୦୭ହଜାର ୬୨୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୬ଲକ୍ଷ ୩୩ହଜାର ୧୦୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୭୯ହଜାର ୫୭୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୩ଲକ୍ଷ ୮୮ହଜାର ୧୦୦ଜଣ ସୁସ୍ଥ ହୋଇଥିବା ବେଳେ ୮ଲକ୍ଷ ୬୫ହଜାର ୪୩୨ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
