ନାମ୍ପୋ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ
ଜଳେଶ୍ୱର : ଜଳେଶ୍ୱର ବ୍ଲକର ନାମ୍ପୋସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୟାରାମ ଦେ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟବକ୍ତାଭାବେ ଅଧ୍ୟାପକ ଦୁର୍ଗେଶ କୁମାର ନାୟକ ଯୋଗ ଦେଇ ସାମ୍ପ୍ରତିକ ସମାଜଲାଗି ବଡ ମଣିଷ ଅପେକ୍ଷା ଭଲ ମଣିଷର ଆବଶ୍ୟତା ରହିଥିବା ସଂପର୍କରେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ଚନ୍ଦ, ବରିଷ୍ଠ ସାମ୍ବାଦିକ ଅବନୀ ଚନ୍ଦ, ରବିନାରାୟଣ ପାତ୍ର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀତାକାନ୍ତ ଜେନା ସଭାକାର୍ଯ୍ୟକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନାରାଣୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଅନୁଷ୍ଠାନର ସଂପାଦକ ତଥା ପ୍ରାଣ ପ୍ରତିଷ୍ଠାତା ପ୍ରଫୁଲ୍ଲ କୁମାର ଗିରି ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ପ୍ରତିଯୋଗିତରେ କୃତି ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ସଂଧ୍ୟାରେ ସାଂସ୍କୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
