ଆଜିର ଭାଗ୍ୟଫଳ (ଗୁରୁବାର, ୨୬/୦୧/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୩ ଜାନୁଆରୀ ମାସ ୨୬ ତାରିଖ । ଗୁରୁବାର । ମକର ମାସ ୧୩ଦିନ । ମାଘ ମାସ । ଶୁକ୍ଳ ପକ୍ଷ । ପଞ୍ଚମୀତିଥି ଦିବା ୧୦ଟା ୨୮ମିନିଟ୍ ପରେ ଷଷ୍ଠୀ ତିଥି । ଉତ୍ତର ଭାଦ୍ରପଦ ନକ୍ଷତ୍ର । ମୀନ ରାଶିରେ ଚନ୍ଦ୍ର । ଶିବଯୋଗ ଦିବା ୩ଟା ୨୮ମିନିଟ୍ ପରେ ସିଦ୍ଧଯୋଗ । ବାଳବ କରଣ ଦିବା ୧୦ଟା ୨୮ମିନିଟ୍ ପରେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତ ଚନ୍ଦ୍ର । ନିଷେଧଖାଦ୍ୟ-ବେଲ, ପଣସ ନ ଖାଇଲେ ଭଲ ଦିବା ୧୦ଟା ୨୮ମିନିଟ୍ ପରେ ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୦ଟା ୨୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୫ମିନିଟ୍ ରୁ ୫ଟା ୩୧ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୫ମିନିଟ୍, ଦିବା ୧୦ଟା ୫୨ମିନିଟ୍ ରୁ୧ଟା ୫ମିନିଟ୍, ରାତ୍ର ୩ଟା ରୁ ୩ଟା ୫୧ମିନିଟ୍ । ପର୍ବଦିନ- ସରସ୍ଵତୀ ପୂଜା, ବସନ୍ତ ପଞ୍ଚମୀ, ଶ୍ରୀ ପଞ୍ଚମୀ, ଗୁରୁପଞ୍ଚମୀ ବ୍ରତ ।
ମେଷ:- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ । ମିତ୍ରଙ୍କ ସହିତ ସାକ୍ଷାତ୍ ହୋଇ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବା ଫଳରେ ଲାଭଦାୟକ ହେବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବୃଷ:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:- ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ଅଫିସରେ ଟେନସନ ଦୂର ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:- ଶିକ୍ଷା କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । କାର୍ଯ୍ୟ କ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ଯଶ ମାନସମ୍ମାନ ବଢିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:- ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନରେ ମତଭେଦର ସମାଧାନ ହୋଇ ଭଲରେ ସମୟ ବିତାଇବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ଆନନ୍ଦିତ ହେବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ରାଜନୀତିରେ ଗସ୍ତ କାର୍ଯ୍ୟକ୍ରମ ଥିଲେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:- ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ତୁଳା:- ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପିଲାମାନଙ୍କ ବିଷୟରେ ଚିନ୍ତିତ ହୋଇ ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:- ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯାତ୍ରାରେ ସଫଳ ହେବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ଧନୁ:- ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:- ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:- ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:- ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ମାମଲା ସୁଧୁରିଯିବାସହ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
