ସ୍ୱାଧୀନତା ସଂଗ୍ରାମରେ ସହିଦ ମାନଙ୍କ ପାଇଁ ନୀରବ ପ୍ରାର୍ଥନା
ଭଦ୍ରକ : ସହିଦ ଦିବସ ପାଳନ ଅବସରରେ ପ୍ରତିବର୍ଷ ଜାନୁୟାରୀ ୩୦ ତାରିଖରେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ସହିଦ ମାନଙ୍କ ପାଇଁ ନୀରବ ପ୍ରାର୍ଥନା କରାଯାଇଥାଏ । ଚଳିତ ବର୍ଷ ପାଇଁ ଆଜି ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଏହି ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ଜରୁରୀ କାଳୀନ ଅଧିକାରୀ ମନୋରମା ଜାଲି, ଏନ୍.ଆଇ.ସି.ର ବୈଷୟିକ ନିର୍ଦ୍ଦେଶକ ବିଜୟ କୁମାର ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଅନୂପ କୁମାର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ତନୁଜା ସିର୍କା, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ପଦ୍ମନ ରାୟ ପ୍ରମୁଖଙ୍କ ସହ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ବୃନ୍ଦ ଏହି ପ୍ରାର୍ଥନା ସଭାରେ ଉପସ୍ଥିତ ରହି ସ୍ୱାଧୀନତା ସଂଗ୍ରାମରେ ସହିଦ ମାନଙ୍କ ଉଦ୍ଦେଶ୍ୟରେ ୨ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ ।
