ଦେଶରେ ଆଉ ୬୨,୨୨୪ କରୋନା ସଂକ୍ରମିତ ଚିହ୍ନଟ ଓ ୨,୫୪୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା ଅଧିକ ରହିଛି। ସେହିପରି ୭୧ ଦିନ ପରେ ଆଜି ସବ୍ରନିମ୍ନ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ରେକର୍ଡ କରାଯାଇଛି।
ଗୁରୁବାର ଗତ ୨୪ଘଣ୍ଟାରେ ୬୭ହଜାର ୨୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୩୩୦ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧ଲକ୍ଷ ୩ହଜାର ୫୭୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୩୧୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୮୧ହଜାର ୯୦୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୪ଲକ୍ଷ ୯୧ହଜାର ୬୭୦ଜଣ ସୁସ୍ଥ ହୋଇଥିବା ବେଳେ ୮ଲକ୍ଷ ୨୬ହଜାର ୭୪୦ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
