ବାରିପଦା ଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ମୋଟ ୫୫ଟି ଅଭିଯୋଗ ପତ୍ର ମଧ୍ୟରୁ ୩ଟିର ତତ୍କାଳ ସମାଧାନ
ବାରିପଦା : ଆଜି ମୟୁରଭଂଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଫେସିଲିଟେସନ ସେଂଟରରେ ଜିଲ୍ଲକ୍ଷପାଳ ବିନୀତ ଭରଦ୍ୱାଜ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରିଷିକେଶ ଦ୍ୟାନଦେଓ ଖିଲାରୀ ଙ୍କ ତତ୍ୱାବଧାନ ଏକ ମିଳିତ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୫୫ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୪୭ ଟି ବ୍ୟକ୍ତିଗତ ସମସ୍ୟା ଭିତିକ ଏବଂ ୮ଟି ଗ୍ରାମବାସୀଙ୍କ ସାମୁହିକ ଅଭିଯୋଗ ଥିଲା । ତେବେ ଆଜି ୦୩ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ଅଭିଯୋଗର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି ୨ ଜଣ ଙ୍କୁ ପ୍ରତ୍ୟେକ ୫୦୦୦/-ଟଙ୍କା ଲେଖାଏଁ ମୋଟ ୧୦୦୦୦/-ହଜାର ଟଙ୍କା ସହାୟତା ରାଶି ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ଜିଲ୍ଲାପାଳ ମଂଜୁର କରିଛନ୍ତି । ଅନ୍ୟାନ୍ୟ ଆପତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ଅନୁଷ୍ଠିତ ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼. ରୂପ ଭାନୁ ମିଶ୍ର ଓ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦୌଲତ ଚନ୍ଦ୍ରକାର ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅଧିନସ୍ଥ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତଥା ପି. ଜି. ସେଲର ନୋଡାଲ ଅଧିକାରୀ ସୁଜୟ କୁମାର ପତିଙ୍କ ତତ୍ୱାବଧାନରେ ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।
