ଯୁବତୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ, ଯୁବକ ଗିରଫ
ଜୟପୁର : ଯୁବତି କୁ ଦୁଷ୍କର୍ମ କରିଥିବା ନେଇ ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟର ଏସ.ଏଚ ପ୍ରବିଣ କୁମାର । ପୋଲିସ ସୁଚନା ଅନୁଯାଇ ଜଣେ ଯୁବତିକୁ ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ନେଇ ଜୟପୁର ମହିଳା ଥାନାରେ ଯୁବତୀ ଜଣକ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ବ କରିଥିଲା । ତଦନ୍ତ ରେ ଜାଣି ପୋଲିସ ବାରିଣିପୁଟରେ ରହୁଥିବା ଏସ. ଏଚ ପ୍ରବିଣ କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ମହିଳା ଥାନା ଅଧିକାରି ମମତା ପାଣିଗ୍ରାହୀ ସୁଚନା ଦେଇଛନ୍ତି ।
