ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୪୦ ହଜାର ଜୋରିମାନା
କନ୍ଧମାଳ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୧୨ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ, ପିଡିତାଙ୍କ ବୟାନ ଓ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ପବିଙ୍ଗିଆର, ସୁନୀଲ ଦିଗାଲ(୩୨)କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୪୦ ହଜାର ଟଙ୍କାଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି । ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୧ ବର୍ଷ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।
