ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୩୩ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
କନ୍ଧମାଳ : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୩୫୨ ଟି ଗାଡି ଚେକିଂ କରାଯିବା ସହିତ କୌଣସି ଲୋକର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇନାହିଁ ଏଥିସହିତ ୩୩ ଜଣଙ୍କ ଠାରୁ ୧ ଲକ୍ଷ ୫୨ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଜିଲ୍ଲାରେ ୩ ଜଣଙ୍କ ନାମରେ ଅବକାରୀ ମାମଲା ରୁଜୁ କରାଯିବା ସହ ୫୦୭.୭ କେଜି ଗଂଜଇ ଜବତ କରାଯାଇଛି ଓ ୩ ଜଣଙ୍କ ନାମରେ ନୋଟିସ ଜାରି କରାଯାଇଅଛିି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
