ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୩ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୮୦,୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୪୦,୨୧୪ଜଣ ସୁସ୍ଥ ହୋଇଥିବା ବେଳେ ୪୦,୪୭୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୬୩୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
