ଚଣ୍ଡିଖୋଲ ନିକଟରେ ସଡକ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚଣ୍ଡିଖୋଲ ନିକଟରେ ହୋଇଥିବା ସଡକ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି
ସେ ଟ୍ୱିଟ କରି କହିଛନ୍ତି ଯେ – ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନେଉଳପୁର ସ୍ଥିତ ଜାତୀୟ ରାଜପଥ-୧୬ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅନେକ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଆହତଙ୍କ ଆଶୁ ଆରୋଗ୍ୟ ପାଇଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।
