ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ପରୀକ୍ଷାର୍ଥୀମାନେ ଭୟ ନକରି ଆତ୍ମବିଶ୍ୱାସର ସହ ପରୀକ୍ଷା ଦିଅନ୍ତୁ । ସମସ୍ତଙ୍କ ସଫଳତା କାମନା କରୁଛି ।
