ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା । ଛାତ୍ରଛାତ୍ରୀଙ୍କ ସଫଳତା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
