ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ଓ ସଂସ୍କୃତ ମଧ୍ୟମା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ । କଟକ ବିଏସଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସନ୍ଧ୍ୟା ୬ଟା ପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ।
ଆସନ୍ତାକାଲି ପ୍ରକାଶ ପାଇବ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ବେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ । ଅନ୍ୟପଟେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା ଯେ, କୋଭିଡ-୧୯ର ଦ୍ୱିତୀୟ ଲହର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ମାର୍ଟିକ ପରୀକ୍ଷା ବାତିଲ କରିଦେଇଥିଲେ। ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଶ୍ରେଣୀ ପରୀକ୍ଷାରେ ମିଳିଥିବା ନମ୍ବର ଏବଂ ସେମାନଙ୍କ ମେଧାସ୍ତରକୁ ଭିତ୍ତିକରି ନମ୍ବର ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଥିଲେ।
