ଓଡ଼ିଆରେ ଟ୍ୱିଇଟ୍ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆଜି ଉତ୍କଳ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆରେ ଟ୍ୱିଇଟ୍ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।
ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ବୋଲି ଟ୍ୱିଇଟ୍ କରି କହିଛନ୍ତି ମୋଦି ।
