ଉତ୍କଳ ଦିବସରେ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉତ୍କଳ ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦିକ ଅଭିନନ୍ଦନ ଜଣାଉଛି ।ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ । ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
