ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡିଗାଁରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଫାଙ୍କା ସ୍ଥାନ ଥିବା ଏକ ଗଛରେ ଜିନ ପ୍ୟାଣ୍ଟରେ ମୃତ ଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ମୃତକ ହେଲେ ହିଡିଗାଁର ଗୋପି ସିଟ୍ (୪୫) ।
ସୂଚନା ଯେ, ଗୋପି ଗତ ଶୁକ୍ରବାର ସନ୍ଧ୍ୟାରେ ନିକଟସ୍ଥ ବଜାରକୁ ଯାଇଥିଲେ । ଶନିବାର ସକାଳ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ବିଲ ମଝିରେ ଥିବା ଏକ ଗଛରେ ମୃତ ଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ଏହା ହତ୍ୟା ନା ଆତ୍ମହତ୍ୟା ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।
