ରାଜ୍ୟରେ ଆଉ ୨,୬୪୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୬୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୧୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୬ହଜାର ୪୨୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯ ଜଣ ଥିବାବେଳେ ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୨୬୬ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୫ଜଣ, କେଉଁଝରରୁ ୭୦ଜଣ, ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ଜଣ, ମାଲକାନଗିରିରୁ ୬୪ଜଣ, ମୟୁରଭଞ୍ଜରୁ ୧୫୫ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ଜଣ, ରାୟଗଡ଼ାରୁ ୪୯ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୨୮ ଏବଂ ରାଜ୍ୟ ପୁଲ୍ରୁ ୭୩ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୦୬,୪୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୭୦,୭୮୭ ଜଣ ସୁସ୍ଥ ହୋଇଥିବା ବେଳେ ୩୩ହଜାର ୬୧୯ଜଣ ସକ୍ରିୟ ମାମଲା ରହିଛି ।
