ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୦୮୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୧୨,୮୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୭୭,୫୪୦ ଜଣ ସୁସ୍ଥ ହୋଇଥିବା ବେଳେ ୩୧,୨୩୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୦୬୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
