ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୯୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ କଟକ, ବରଗଡ଼ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲାରୁ ୪ଜଣ ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼, ସୋନପୁର ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼, ପୁରୀ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୧୯,୦୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୮୪,୨୬୨ ଜଣ ସୁସ୍ଥ ହୋଇଥିବା ବେଳେ ୩୦,୫୫୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୧୫୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
