ଆଜିର ଭାଗ୍ୟଫଳ (ସୋମବାର, ୩୧/୦୭/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଅଦ୍ୟ ଜୁଲାଇ ମାସ ୩୧ ତାରିଖ ୨୦୨୩ ମସିହା(ସୋମବାର) । ଶକାବ୍ଦ -୧୯୪୫। ସମ୍ବତ -୨୦୮୦ । ଦିଲ୍ଲୀସ୍ୱରାଦ୍ଧ-୧୪୩୦ । ସମ୍ବତ୍ସର-ପିଙ୍ଗଳ । ଶ୍ରାବଣମାସ-ମଳ ଶୁକ୍ଳପକ୍ଷ । ତିଥି- ତ୍ରୟୋଦଶୀ ଦିବା ଘ୦୭/୩୧ ପର୍ୟ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ । ନକ୍ଷତ୍ର-ପର୍ବାଷାଢ଼। ରାତ୍ରି ଘ୦୭/୩୮ପର୍ୟ୍ୟନ୍ତ ତଦନ୍ତେ ଉତ୍ତାରାଷାଢ଼। । ଚନ୍ଦ୍ର- ଧନୁ ରାତ୍ରି ଘ୧୨/୫୮ ପର୍ୟ୍ୟନ୍ତ ତଦନ୍ତେ ମକର । ଯୋଗ- ବିସ୍କୁମ୍ଭ । କରଣ – ତୈତିଳ । ସୌରମାସ- କର୍କଟ ୧୫ ଦିନ । ସୁର୍ୟୋଦୟ-ପ୍ରାତଃ ଘ୦୫/୨୬/୨୪ । ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୦/୪୧ । ଯୋଗିନୀ ଦକ୍ଷିଣେ ଦିବା ଘ ୦୭/୩୧ ପର୍ୟ୍ୟନ୍ତ ତଦନ୍ତେ ପଶ୍ଚିମେ । ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ମିଥୁନ ରାଶିର ଘାତବାର । କାଳବେଳା -ଦିବା ଘ୦୭/୦୨ ଗତେ ଘ୦୮/୪୦ ମଧ୍ୟେ। ବାରବେଳା – ଦିବା ଘ୦୩/୦୫ ଗତେ ଘ୦୪/୪୨ ମଧ୍ୟେ । ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୧ ମଧ୍ୟେ ଓ ଘ୧୦/୧୪ ଗତେ ଘ୧୨/୩୭ ମଧ୍ୟେ । ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି । ଅଦ୍ୟ ବାଇଗଣ ଦିବା ଘ୦୭/୩୧ ଗତେ ବିରି ଭକ୍ଷଣ ନିଷେଧ ।
ମେଷ : ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
କର୍କଟ : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
ସିଂହ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
କନ୍ୟା : ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ତୁଳା : ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
ବିଛା : ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
ମକର : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
କୁମ୍ଭ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
