ରାଜ୍ୟରେ ଆଉ ୨,୪୮୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୪୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୪୨୮ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୨୭ହଜାର ୧୮୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭୯ଜଣ ଥିବାବେଳେ ବାଲେଶ୍ୱରରୁ ୧୫୭ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୧୧୩ଜଣ, ବଲାଙ୍ଗୀରରୁ ୧୬ଜଣ, ବୌଦ୍ଧରୁ ୧୨ଜଣ, କଟକରୁ ୪୨୨ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୫୯ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୪ଜଣ, ଜଗତସିଂହପୁରରୁ ୧୨୬ଜଣ, ଯାଜପୁରରୁ ୨୦୨ଜଣ, ଝାରସୁଗୁଡ଼ାରୁ ୧୨ଜଣ, କଳାହାଣ୍ଡିରୁ ୭ଜମ, କନ୍ଧମାଳରୁ ୨୩ଜଣ, କେନ୍ଦ୍ରାପଡ଼ାରୁ ୯୭ଜଣ, କେନ୍ଦୁଝରରୁ ୬୮ଜଣ, ଖୋର୍ଦ୍ଧାରୁ ୪୦୭ଜଣ, କୋରାପୁଟରୁ ୫୨ଜଣ, ମାଲକାନଗିରିରୁ ୫୪ଜଣ, ମୟୁରଭଞ୍ଜରୁ ୧୦୩ଜଣ, ନବରଙ୍ଗପୁରରୁ ୨୩ଜଣ, ନୟାଗଡ଼ରୁ ୮୦ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୧୫୪ଜଣ, ରାୟଗଡ଼ାରୁ ୨୬ଜଣ, ସମ୍ବଲପୁରରୁ ୨୬ଜଣ, ସୋନପୁରରୁ ୧୪ଜଣ, ସୁନ୍ଦରଗଡ଼ରୁ ୨୮ଜଣ ଏବଂ ରାଜ୍ୟ ପୁଲ୍ରୁ ୭୬ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୨୭,୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୯୪,୧୦୪ ଜଣ ସୁସ୍ଥ ହୋଇଥିବା ବେଳେ ୨୮ହଜାର ୭୩୦ଜଣ ସକ୍ରିୟ ମାମଲା ରହିଛି ।
