ରାଜ୍ୟରେ ଆଜି ସର୍ଵାଧିକ ୫୯ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୬୦୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୫୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦ ଜଣ ରହିଥିବା ବେଳେ ବରଗଡ଼, ଢେଙ୍କାନାଳ, ପୁରୀ ଜିଲାରୁ ୫ଜଣ ରହିଛନ୍ତି । ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼, ଗଞ୍ଜାମ ଜିଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲାରୁ ୩ଜଣ ରହିଛନ୍ତି । ସେହିପରି କଟକ, ଯାଜପୁର, ମୟୁରଭଞ୍ଜ ଜିଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ, ଜଗତସିଂହପୁର, କୋରାପୁଟ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୨୯,୭୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୯୭,୩୬୨ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୭୩୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୩୫୮ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
