ଦେଶରେ ଆଉ ୪୩,୩୯୩ କରୋନା ସଂକ୍ରମିତ ଚିହ୍ନଟ ଓ ୯୧୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଦେଶରେ ଏପର୍ଯ୍ୟନ୍ତ ମୋଟ ୪୨.୭୦ କୋଟି ନମୁନା ପରୀକ୍ଷା କରାଯାଇସାରିଲାଣି। ଦୈନିକ ସଂକ୍ରମଣ ହାର ୨.୪୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୬% ରହିଥିବା ଜଣାଯାଇଛି।
ଶୁକ୍ରବାର ଗତ ୨୪ଘଣ୍ଟାରେ ୪୩ହଜାର ୩୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୪ହଜାର ୪୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୭ଲକ୍ଷ ୫୨ହଜାର ୯୫୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫ହଜାର ୯୩୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୮ଲକ୍ଷ ୮୮ହଜାର ୨୮୪ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୫୮ହଜାର ୭୨୭ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
