୫ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି
- ରାଜ୍ୟର ୧୯ଟି ଜିଲାରେ ସ୍ୱଭାବିକ ଠାରୁ କମ୍ ବର୍ଷା ରେକର୍ଡ
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଜିଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି। ଉକ୍ତ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି।
ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୨୭ ପ୍ରତିଶତ କମ ବର୍ଷା ହୋଇଛି। ୪୦୫ ମିଲିମିଟର ବଦଳରେ ୨୯୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ୧୯ଟି ଜିଲାରେ ହୋଇଛି ସ୍ୱାଭାବିକ ଠାରୁ କମ ବର୍ଷା ହୋଇଛି । ଭଦ୍ରକ ଜିଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ଜଣା ପଡ଼ିଛି । ଭଦ୍ରକରେ ୫୯% ବର୍ଷା ହୋଇଥିବା ବେଳେ ଯାଜପୁରରେ ୫୧% କମ ବର୍ଷା ହୋଇଛି । ସେହିପରି କେନ୍ଦୁଝର ଓ ବଲାଙ୍ଗିରରେ ସ୍ୱାଭାବିକ ଠାରୁ ୪୪% କମ ବର୍ଷା ରେକର୍ଡ କରାଯାଇଛି । ଗଜପତିରେ ୪୨ ଓ ସମ୍ବଲପୁରରେ ୪୦% କମ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି ।
