ରାଜ୍ୟରେ ଆଉ ୧,୯୪୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୯୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୧୨୦ ଓ ସ୍ଥାନୀୟ ଅଞ୍ଚଳରୁ ୮୨୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୬୧ହଜାର ୯୩୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୫ ଜଣ ଥିବାବେଳେ ବାଲେଶ୍ୱରରୁ ୯୮, ବରଗଡରୁ ୧୭, ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭, ବୌଦ୍ଧରୁ ୪, କଟକରୁ ୨୭୯, ଦେବଗଡରୁ ୫, ଢେଙ୍କାନାଳରୁ ୩୪, ଗଜପତିରୁ ୪, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧୩, ଯାଜପୁରରୁ ୧୧୫, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୪, କନ୍ଧମାଳରୁ ୧୯, କେନ୍ଦ୍ରାପଡାରୁ ୧୧୨, କେଉଁଝରରୁ ୨୧, ଖୋର୍ଦ୍ଧାରୁ ୪୮୦, କୋରାପୁଟରୁ ୭, ମାଲକାନଗିରିରୁ ୨୪, ମୟୁରଭଞ୍ଜରୁ ୬୬, ନବରଙ୍ଗପୁରରୁ ୯, ନୟାଗଡରୁ ୮୮, ନୂଆପଡ଼ାରୁ ୨, ପୁରୀରୁ ୮୩, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୨୫, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୪୭ ସହ ଓ ରାଜ୍ୟ ପୁଲରୁ ୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯ଲକ୍ଷ ୬୧ହଜାର ୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯ଲକ୍ଷ ୩୬ହଜାର ୯୫୦ ଜଣ ସୁସ୍ଥ ହୋଇଥିବା ବେଳେ ୧୯ହଜାର ୬୨୩ଜଣ ସକ୍ରିୟ ମାମଲା ରହିଛି ।
