ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୭ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୯୪୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଥିବା ବେଳେ ବାଲେଶ୍ୱର ଜିଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୬୧,୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୩୬,୯୫୦ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୬୨୩ ଜଣ ସକ୍ରିୟ ମାମଲା ରହିଛି । ସେହିପାରି କରୋନାରେ ୫,୩୦୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
