ଦେଶରେ ଆଉ ୩୯,୭୪୨ କରୋନା ସଂକ୍ରମିତ ଚିହ୍ନଟ ଓ ୫୪୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି।
ରବିବାର ଗତ ୨୪ଘଣ୍ଟାରେ ୩୯ହଜାର ୭୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୮ହଜାର ୦୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୩ଲକ୍ଷ ୭୧ହଜାର ୯୦୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୦ହଜାର ୫୫୧ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୫ଲକ୍ଷ ୪୩ହଜାର ୫୫୧ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୮ହଜାର ୨୧୨ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
