ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୯ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୭୦୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ରହିଛନ୍ତି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୭୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୭୨,୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୯,୩୫୦ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୪୧୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୫,୭୦୩ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
