ଦେଶରେ ଆଉ ୪୧,୮୩୧ କରୋନା ସଂକ୍ରମିତ ଚିହ୍ନଟ ଓ ୫୪୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ଦେଶରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତ ହାର ୧.୩୦%। ସପ୍ତାହିକ ସଂକ୍ରମଣ ହାର ୫% ତଳକୁ ରହିଥିବା ବେଳେ ବର୍ତ୍ତମାନ ଏହା ୨.୪୨% ରହିଛି। ଦୈନିକ ପଜିଟିଭ ହାର ୨.୩୪% ରହିଛି। ଶନିବାର ଦିନକରେ ୬୦,୧୫,୮୪୨ ଟିକା କରଣ ହୋଇଥିବା ବେଳେ ଏଯାଏଁ ୪୭,୦୨,୯୮,୫୯୬ ଟିକା କରଣ ହୋଇସାରିଛି। ୨୪ ଘଣ୍ଟାରେ ୧୭,୮୯,୪୭୨ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୪୬,୮୨,୧୬,୫୧୦ ନମୁନା ପରୀକ୍ଷା କରାଯାଇ ସାରିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ରବିବାର ଗତ ୨୪ଘଣ୍ଟାରେ ୪୧ହଜାର ୮୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୪୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୯ହଜାର ୨୫୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୬ଲକ୍ଷ ୫୫ହଜାର ୮୨୪କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୪ହଜାର ୩୫୧ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୮ଲକ୍ଷ୨୦ହଜାର ୫୨୧ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୧୦ହଜାର ୯୫୨ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
