ଡାହାଣୀ ସନ୍ଦେହରେ ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା
ବାରିପଦା : ମୟୁରଭଞ୍ଜ ଜିଲା ରରୁଆଁ ଥାନା ଟିଲୁସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ୫୫ବର୍ଷୀୟ ବିଧବା ମହିଳାଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଛି । ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଥିବା ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି ।
