ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୯ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୨୪୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧ଜଣ ଥିବାବେଳେ କଟକ ଜିଲାରୁ ୧୩ଜଣ, ସମ୍ବଲପୁର ଜିଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୪୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୭,୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୮,୪୫୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨,୧୨୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୪୩୫ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
