ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୬ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯ଜଣ ଥିବାବେଳେ କଟକ ଜିଲାରୁ ୧୩ଜଣ, ସମ୍ବଲପୁର ଜିଲାରୁ ୮ଜଣ, ବରଗଡ଼ ଜିଲାରୁ ୭ଜଣ, ବଲାଙ୍ଗୀର ଜିଲାରୁ ୩ଜଣ, ନୂଆପଡ଼ା ଜିଲାରୁ ୨ଜଣ ରହିଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୫୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୭,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୯,୯୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୪୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୫୦୧ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
